oum

କୋଭିଡ୍‌ ମୁକାବିଲା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ ପରିସ୍ଥିତିର ସମୀକ୍ଷା କରିଛନ୍ତି । ଏଥି ସହିତ କରୋନା ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ “୬-ସୂତ୍ରୀ” ପରାମର୍ଶ ଦେଇଛନ୍ତି । ହସ୍‌ପିଟାଲରେ ଅଧିକ ଶଯ୍ୟା ସହ ଅକ୍‌ସିଜେନ୍‌ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । “୬-ସୂତ୍ରୀ”ହେଉଛି :-
୧. ସାରା ରାଜ୍ୟରେ କୋଭିଡ୍‌ ହସପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ କୋଭିଡ କେୟାର ସେଣ୍ଟର ସ୍ଥାପନ । ସର୍ବାଧିକ ସଂଖ୍ୟାରେ ଶଯ୍ୟା ଗୁଡିକରେ ଅକ୍‌ସିଜେନ୍‌ ବ୍ୟବସ୍ଥା ।
୨. ଅକ୍‌ସିଜେନ ବ୍ୟବସ୍ଥାକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରାଯାଉ । ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ଭଲ ଭାବରେ ତଦାରଖ କରାଯାଉ ଏବଂ ହସ୍‌ପିଟାଲ ଗୁଡିକରେ ଏଥିପାଇଁ ସମସ୍ତ ଆବଶ୍ୟକ ଉପକରଣକୁ ପ୍ରାଥମିକତା ଭିତ୍ତିରେ ଉଲବ୍ଧ କରାଯାଉ ।
୩. ଅନେକ ରାଜ୍ୟରେ ଔଷଧର ଅଭାବ ଦେଖାଦେଇଛି । ଯଦିଓ ବର୍ତ୍ତମାନ ମେଡିସିନ୍‌ ଷ୍ଟକ ଯଥେଷ୍ଟ ରହିଛି । ତଥାପି ଆଗକୁ ଅଧିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଔଷଧର ଏକ ବଫର ଷ୍ଟକ ରଖାଯାଉ ।
୪. ଜନସାଧାରଣ ୨ୟ ଲହରରେ ଭୟାବହତା ସଂପର୍କରେ ସଚେତନ ହେବା ଜରୁରୀ ଏବଂ କୋଭିଡ ନିୟମାବଳୀକୁ ମାନିବା କେତେ ଜରୁରୀ, ସେ ସଂପର୍କରେ ଅନୁଭବ କରିବା ଦରକାର । ଜନସାଧାରଣଙ୍କ ସହିତ ମିଶନ ଶକ୍ତି ଏବଂ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କୁ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ କରାଯାଉ ।
୫. ସମସ୍ତ କୋଭିଡ ନିୟମାବଳୀ ଦୃଢ ଭାବରେ ଲାଗୁ କରିବା କାର୍ଯ୍ୟକ୍ରମ ଜାରି ରହିବା ଜରୁରୀ ।
୬. କୋଭିଡ ପରିସ୍ଥିତି ସାଂଘାତିକ ହୋଇଥିବାରୁ ରାଜ୍ୟରୁ ପ୍ରବାସୀମାନେ ଆସିବାର ସମ୍ଭାବନା ଅଛି, ଏଥିପାଇଁ ଜିଲ୍ଲପାଳମାନେ ପ୍ରସ୍ତୁତ ରହିବା ଆବଶ୍ୟକ । ପ୍ରବାସୀମାନଙ୍କ ପାଇଁ ଟେଷ୍ଟିଂ ଓ ସଂଗରୋଧର ବ୍ୟବସ୍ଥା ସୁନିଶ୍ଚିତ କରାଯାଉ ।

Leave A Reply

Your email address will not be published.