ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରିକେଟ ପ୍ରତିଯୋଗିତା

  • ଯୋଗଦେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ହଂସରାଜ ଜୈନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର ବିଭାଗ ପକ୍ଷରୁ ନୂଆଁ- ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଆଜି ଶନିବାର ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରିକେଟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ତଥା ପୂର୍ବତନ ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନ ଯୋଗ ଦେଇ କ୍ରୀଡା ଦ୍ଵାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶାରୀରିକ ଓ ମାନସିକ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ରୂପେ ଅଧ୍ୟାପକ ନରେନ୍ଦ୍ର ପାଣିଗ୍ରାହୀ, ରାଧାଶ୍ୟାମ ତ୍ରିପାଠୀ, ହୃଦାନନ୍ଦ ପୁହାଣ, ସ୍ଵାଗତିକା ସାହୁ, ଭବାନୀ ପୋଢ଼ ଉପସ୍ଥିତ ଥିଲେ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ହେତୁ ଓଡିଶାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡ଼ିଗ୍ରୀ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଉଛି । ଯୁବ ସମାଜର ବିକାଶ ଓ ଅଗ୍ରଗତି ନିମନ୍ତେ ଗତ ୩୦/୧୧/୨୩ ଗୁରୁବାରରୁ ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ନୂଆ – ଓ କାର୍ଯ୍ୟକ୍ରମ ଉଦ୍‌ଘାଟନ ହୋଇ ପ୍ରତିଦିନ ବିଭିନ୍ନ ବିଭାଗରେ ଛାତ୍ରଛାତ୍ରୀ ନିଜର ପ୍ରତିଭା ଦେଖାଇ ଚାଲିଛନ୍ତି । ଲାଇବ୍ରେରିଆନ ଶାନ୍ତାରାମ ପଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ତଥା ନୋଡାଲ ଅଧିକାରୀ ବିକ୍ରମ ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Leave A Reply

Your email address will not be published.