om academy

ପ୍ରଶାସନ ଓ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ୍, ଜିଲ୍ଲା ପ୍ରଶାସନ ଗୋଟିଏ ୱିକେଟ୍ ହରାଇ ବିଜୟ

jsm

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସ୍ଥାନୀୟ ଷ୍ଟାଡିୟମଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ଦିନିକିଆ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୨ ଓଭରକୁ ନେଇ ଦୁଇ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ବିଜୟ ହାସଲ କରିଛି । ଗଞ୍ଜାମ ଜିଲ୍ଲା ପ୍ରଶାସନ ଦଳ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଅଧିନାୟକ ଦାୟିତ୍ୱ ତୁଲାଇଥିବା ବେଳେ ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର ଉପଧିନାୟକ କାର୍ଯ୍ୟ ତୁଲାଉଥିଲେ । ଛତ୍ରପୁର ପ୍ରେସ କ୍ଲବ ପକ୍ଷରୁ ଉପଦେଷ୍ଠା ବସନ୍ତ କୁମାର ମହାରଣା ଅଧିନାୟକ ଏବଂ କାର୍ଯ୍ୟକାରୀ ସଦସ୍ୟ ସନ୍ତୋଷ ମିଶ୍ର ଉପଅଧିନାୟକ ଭାବେ ଦାୟିତ୍ୱ ତୁଲାଇଥିଲେ । ଛତ୍ରପୁର ପ୍ରେସ୍ କ୍ଲବ ପ୍ରଥମେ ଟସ ଜିତି ବ୍ୟାଟିଂ କରି ୩ ଓ୍ବିକେଟ୍ ହରାଇ ୧୧୦ ରନ୍ କରିଥିବା ବେଳେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏକ ଓ୍ବିକେଟ୍ ବଦଳରେ ୧୧୧ ରନ୍ କରି ବିଜୟ ହାସଲ କରିଛି । ବିଜୟୀ ଦଳ ଏବଂ ରନର ଦଳକୁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ପ୍ରିୟ ରଞ୍ଜନ ପୃଷ୍ଟି ସିଲ ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ପ୍ରଶାନ୍ତ କୁମାର ଶତପଥୀ କ୍ରିକେଟର କମେଣ୍ଟର କାର୍ଯ୍ୟ କରିଥିଲେ । ପ୍ରେସ କ୍ଲବର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟ ଏଥିରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.