ସିଆର୍‌ପିଏପ୍‌ର ୮୫ତମ ସ୍ଥାପନା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସିଆର୍‌ପିଏପ୍‌ର ୮୫ତମ ସ୍ଥାପନା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହା ସହ ସିଆର୍‌ପିଏପ୍‌ର ଅଧିକାରୀ ଓ ଯବାନମାନେ ବୃକ୍ଷ ରୋପଣ କରିଥିଲେ । ଏହା ପରେ ଦେଶର ଏକତା ଏବଂ ଅଖଣ୍ଡତା ପାଇଁ ପ୍ରାଣ ହରାଇଥିବା ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ପରେ ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଏହାପରେ ସନ୍ଧ୍ୟାରେ ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ ଏକ ଭଲିବଲ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଯେଉଁଥିରେ ସୈନିକମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ । ରାତ୍ରୀ ଭୋଜନ ପାଇଁ ଏକ ଭୋଜିର ଆୟୋଜନ କରାଯାଇଥିଲା ।

Leave A Reply

Your email address will not be published.