ବାଲିଗୁଡାରେ ସିଆରପିଏଫଙ୍କ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବାଲିଗୁଡାରେ ଥିବା ୧୨୭ ନଂ.ବାଟାଲିୟନ ପକ୍ଷରୁ ଆନ୍ତର୍ଜାତିୟ ମହିଳା ଦିବସ କମାଡେଣ୍ଟ ଆନନ୍ଦ ଝାଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ, ଛାତ୍ରୀ ଉପସ୍ଥିତ ଥିଲେ । ଶ୍ରୀ ଝା ନିଜ ବକ୍ତବ୍ୟରେ ମହିଳା ମାନଙ୍କ ଅତୁଟ ବନ୍ଧନ ଓ କର୍ତ୍ତବ୍ୟନିଷ୍ଠା ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ଏଥିରେ ବାଟାଲିୟନର କେତେକ ଜବାନ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.