csstore

ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ଦାବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ସାମ୍ବାଦିକଙ୍କ ଉପରେ ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ବଲାଙ୍ଗିରରେ ଜଣେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଅତ୍ୟାଚାର ସାରା ରାଜ୍ୟରେ ସାମ୍ବାଦିକମାନଙ୍କୁ ସ୍ତବ୍ଧ କରିଦେଇଛି । ଏହାର ପ୍ରତିକାର ପାଇଁ ଓ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ବର ସୁରକ୍ଷା ପାଇଁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ ଦାବିରେ ବଲାଙ୍ଗିର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଡେପୁଟି କଲେକ୍ଟର ପ୍ରମୋଦ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତୁରନ୍ତ ମୁଖ୍ୟ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ବଲାଙ୍ଗିର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ତରଫରୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ସଭାପତି ଅଶ୍ୱିନୀ କୁମାର ନାଏକଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମେହେର, ବରିଷ୍ଠ ସଦସ୍ୟ ତଥା ପୂର୍ବ ସଭାପତି ସନ୍ଦୀପ କୁଅଁର, ବିମଳେନ୍ଦୁ ସାହୁ, ଶ୍ୟାମପ୍ରସାଦ ଗୁରୁ, ସୁବାସ ଚନ୍ଦ୍ର ମିଶ୍ର, ଅନ୍ତର୍ଯ୍ୟାମୀ ସାହୁ, ଦେବରାଜ ନାହାକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ ।

jayashree
Leave A Reply

Your email address will not be published.