
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର
ନୂଆପଡ଼ା, (କେପିଏନ୍ଏସ୍) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ଡାବାହାଲି ଗ୍ରାମ ଏକ ଜନବହୁଳ ବିଶିଷ୍ଟ ଏକ ପ୍ରମୁଖ ସ୍ଥାନ ଅଟେ । ଓଡ଼ିଶା ସରକାରଙ୍କ ନିୟମାବଳୀ ଅନୁସାରେ ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବା ନିମନ୍ତେ ପ୍ରାବଧାନ ରହିଛି । ଏହି ଆଧାରରେ ଗଣ୍ଡାବାହାଲିରୁ ଏକ ପ୍ରତିନିଧି ଦଳ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଅବଗତ କରି ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏହି ଦାବିପତ୍ର ଉପରେ ବିଚାର କରି ସରକାରଙ୍କ ନିୟମାବଳୀ ଯାହା ଅଛି, ସେହି ଅନୁସାରେ ଗ୍ରାମ ପଞ୍ଚାୟତ ମୁଖ୍ୟାଳୟରେ ହିଁ ପ୍ରଥମ ଅଗ୍ରାଧିକାର ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।