ମନରେଗା ଦୁର୍ନୀତି ନେଇ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତରେ ଅଳ୍ପ କାମ କରି ମନରେଗାର ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇ ନଥିବାରୁ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କରି ମନରେଗା କାମର ଦୁର୍ନୀତି ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଗ୍ରାମବାସୀ ଦାବୀ କରିଛନ୍ତି ।

Leave A Reply

Your email address will not be published.