ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳସଚିବ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ ବୁଧବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଭାରପ୍ରାପ୍ତ କୁଳସଚିବ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁଙ୍କ ଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ । ଶ୍ରୀ ନାୟକ ଏହା ପୂର୍ବରୁ ଛତ୍ରପୁର ଠାରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା (ଡୁଡା) ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ ।

କୁଳସଚିବ ଭାବେ ଦାୟିତ୍ୱ ଗ୍ରହଣର ପ୍ରଥମ ଦିନରେ କ୍ୟାମ୍ପସ୍‌ ସଫାସୁତରା ଉପରେ ଗୁରୁତ୍ୱ ଦେଇ କ୍ୟାମ୍ପସ୍‌ ସୁପର୍‌ଭାଇଜର୍‌ଙ୍କ ସହ ଆଲୋଚନା କରିଛନ୍ତି କୁଳସଚିବ । ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟାରେ ସେ କହିଛନ୍ତି ଯେ, ସମସ୍ତଙ୍କ ସହଯୋଗରେ ବିଶ୍ୱବିଦ୍ୟାଳୟକୁ ଆଗକୁ ନେବା ପାଇଁ ଚେଷ୍ଟା କରାଯିବ ।

Leave A Reply

Your email address will not be published.