ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

  • ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ହଟିବ ଜବରଦଖଲ

ଭୁବନେଶ୍ୱର : ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ । ଜବରଦଖଲ ଯୋଗୁଁ ବିକାଶ ବାଧାପ୍ରାପ୍ତ ହେଉଛି । ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ । ପ୍ରଚଳିତ ନିୟମ ଅନୁଯାୟୀ ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.