
ବଲାଙ୍ଗିର, (କେପିଏନ୍ଏସ୍) : ଛାତ୍ର ସଂସଦ ନିର୍ବାଚନକୁ ନେଇ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହୋଇଛି ନିର୍ବାଚନୀ ପ୍ରକ୍ରିୟା । ନିଜ ନିଜ ସଂଗଠନର ପ୍ରାର୍ଥୀଙ୍କୁ ସାଙ୍ଗରେ ନେଇ ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ଦାଖଲ କରାଯାଇଛି ପ୍ରାର୍ଥୀପତ୍ର । ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇଛି ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା । ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ । ଏହାପରେ ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଯାଞ୍ଚ ବା ସ୍କ୍ରୁଟ୍ନି କରାଯିବ । ପରେ ଅପରାହ୍ନ ୫ଟାରେ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ନେଇ ସୂଚନା ରହିଛି । ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।