କନ୍ଧମାଳ : ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଦଣ୍ଡାଦେଶ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ ଶୁଣାଇଲେ ଦଣ୍ଡାଦେଶ । ସ୍ୱତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜରିମାନା ଶୁଣାଇଛନ୍ତି । ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ଏହି ମାମଲାର ଶୁଣାଣି କରିଥିଲେ । ଜରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ୍ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୂଚନା ଅନୁସାରେ ଗତ ୨୦୨୩ ମସିହାରେ ୧୪ ବର୍ଷୀୟା ପୀଡ଼ିତା ଜଣକ ଏକ ସରକାରୀ ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିଲେ । ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ବେଳେ ସେ ଗର୍ଭବତୀ ଥିବା ଜଣାପଡିଥିଲା । ତଦନ୍ତ ପରେ ଅଭିଯୁକ୍ତ ଗଣେଶ କହଁର ଗ୍ରୀଷ୍ମ ଛୁଟିରେ ପୀଡ଼ିତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଜଣାପଡ଼ିଥିଲା । ପରବର୍ତ୍ତୀ ସମୟରେ ବ୍ରହ୍ମପୁର ମେଡିକାଲ କଲେଜରେ ପୀଡ଼ିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଲିଖିତ ଅଭିଯୋଗ ଆଧାରରେ ସଦର ପୁଲିସ ୧୯/୨୩ରେ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତ ଗଣେଶ କହଁରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ମାମଲାର ଶୁଣାଣି କରିଥିଲେ । ୧୯ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପୀଡ଼ିତାଙ୍କୁ କ୍ଷତି ପୂରଣ ବାବଦରେ ୬ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସରକାରଙ୍କ ତରଫରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ ।

jittmm
Leave A Reply

Your email address will not be published.