ଦନ୍ତା ହାତୀ ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ

ଢେଙ୍କାନାଳ : ମହାବିରୋଡ଼ ରେଞ୍ଜ ଅନ୍ତର୍ଗତ ଡିହଡୋଳ ଫରେଷ୍ଟ ସେକ୍ସନ ବାରିହାପୁର-ବସୋଇ ରାସ୍ତାରେ ହାତୀ ଆକ୍ରମଣରେ ଜଣେ ଅବସରପ୍ରାପ୍ତ ସ୍କୁଲ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଅବସରପ୍ରାପ୍ତ ସ୍କୁଲ ଶିକ୍ଷକ ବାରିହାପୁର ଗାଁର କାଳନ୍ଦୀ ଚରଣ ସାହୁ ସାଇକଲରେ ନିଜ ଗାଁ ବାରିହାପୁରରୁ ବସୋଇ ଆଡ଼କୁ ଯାଉଥିବା ବେଳେ ରାସ୍ତାରେ ଦନ୍ତାହାତୀ ହାବୁଡ଼ରେ ପଡ଼ି ଯାଇଥିଲେ । ଦନ୍ତାର ଆକ୍ରମଣରେ ଗୁରୁତର ଆହତ ହୋଇଯିବା ଫଳରେ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ତେବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ବଡ ଡାକ୍ତରଖାନାକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା । କଟକ ବଡ ଡାକ୍ତରଖାନା ଯିବା ବାଟରେ ତାଙ୍କର ଦେହାନ୍ତ ହୋଇଥିବା କୁହାଯାଇଛି । ତାଙ୍କ ମୃତ୍ୟୁରେ ସମଗ୍ର ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.