csstore

ଗଛ ନ ଲଗାଇବା ଯୋଗୁ ୧୧ ଜଣ ବିଇଓଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା ଦେଖାଦେଇଛି । ସ୍କୁଲମାନଙ୍କରେ ଗଛ ଲଗାଇବା ପାଇଁ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ କାର୍ଯ୍ୟକ୍ରମ ତଦାରଖ କରୁ ନଥିବାରୁ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆଗଲପୁର ବିଇଓ ତଥା ଲୋଇସିଂହା ଅତିରିକ୍ତ ଦାୟିତ୍ୱ ଶ୍ୟାମ ମେହେର, ସଇଁନ୍ତଲା ବିଇଓ ତଥା ବଲାଙ୍ଗିର ଅତିରିକ୍ତ ଦାୟିତ୍ୱ ଦିଲୀପ ଯୋଶୀ, ଟିଟିଲାଗଡ଼ ବିଇଓ ଆର୍ତ୍ତତ୍ରାଣ ରଥ, ଦେଓଗାଁ ବିଇଓ ମମତା ମାହାଡ଼ିକଙ୍କ ଦରମା ବନ୍ଦ କରାଯାଇଛି । ସେହିପରି ଗୁଡ଼ଭେଲା ବିଇଓ ନମିତାରାଣୀ ଭୋଇ, ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ଶବର, ମୁରିବାହାଲ ବିଇଓ ଶାନ୍ତନୁ ପଢ଼ିହାରୀ, ତୁରେକେଲା ବିଇଓ ଗୌତମ ପଟେଲ, ବେଲପଡ଼ା ବିଇଓ ତଥା ଖପ୍ରାଖୋଲ ଅତିରିକ୍ତ ଦାୟିତ୍ୱରେ ଥିବା ଅଭିନବ ମିଶ୍ର, ପାଟଣାଗଡ଼ ବିଇଓ ଶଙ୍କର ପ୍ରସାଦ ମାଝୀ ଓ ପୁଇଁନ୍ତଲା ବିଇଓ ରତ୍ନମୟ ପୁରୋହିତଙ୍କ ଦରମା ବନ୍ଦ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଧିକାରୀଙ୍କ ଜୁଲାଇ ମାସର ଦରମା ବନ୍ଦ କରାଯାଇଥିବା ବେଳେ ପରବର୍ତ୍ତୀ ନିର୍ଦ୍ଦେଶ କିମ୍ବା କାର୍ଯ୍ୟକ୍ରମରେ ଶତ ପ୍ରତିଶତ ସଫଳତା ହାସଲ ପରେ ଦରମା ପ୍ରଦାନ କରାଯିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଥିବାରୁ ଏହା ଚର୍ଚ୍ଚାର ବିଷୟ ହୋଇଛି ।

jayashree
Leave A Reply

Your email address will not be published.