ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଗତକାଲି ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବା ପରେ ଆଜି ଶ୍ରୀ ଶାହା ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ବୋଲି ଜଣାପଡିଛି । ଶ୍ରୀ ଶାହ କଟକ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Leave A Reply

Your email address will not be published.