pakka

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

bbehera

ପୁରୀ : ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି । ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ ।

jay balangir
Leave A Reply

Your email address will not be published.

11 − five =

error: Content is protected !!