pakka

ଆଜି ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

bbehera

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ଼ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି ।

jay balangir
Leave A Reply

Your email address will not be published.

twelve + 20 =