pakka

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

bbehera

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ । ମହାପ୍ରଭୁଙ୍କ ଚାଚେରୀ ବେଶ ସହ ଚାଚେରୀ ଭୋଗ କରାଯାଉଛି । ଆଜି ଭକ୍ତଙ୍କୁ ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ଆଜିଠୁ ସପ୍ତାହେ ଧରି ଶ୍ରୀମନ୍ଦିରରେ ଦୋଳ ଉତ୍ସବ ମଧ୍ୟ ପାଳନ କରାଯିବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ଯିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ଏହି ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜ୍ଜିତ ହେବେ ।

jay balangir
Leave A Reply

Your email address will not be published.

4 × 2 =