pakka

ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି, ଠାକୁରଙ୍କ ଗୁପ୍ତ ନୀତି ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

bbehera

ପୁରୀ : ସୋମବାର ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ୩ ଘଣ୍ଟାରୁ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ଭକ୍ତମାନେ ବଞ୍ଚିତ ହେବେ । ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତିପରେ ଏହି ସ୍ୱତନ୍ତ୍ର ବିଧି ଅନୁଷ୍ଠିତ ହେବ । ଏଣୁ ଅପରାହ୍ଣରୁ ପ୍ରାୟ ସନ୍ଧ୍ୟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ମିଳିବ ନାହିଁ ବୋଲି ଅନୁମାନ କରାଯାଉଛି । ମହାପ୍ରଭୁଙ୍କ ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଏ । ଏହା ଠାକୁରଙ୍କ ଗୁପ୍ତ ନୀତି ଓ ବର୍ଷକେ ଏକାଧିକ ଥର ହୋଇଥାଏ ।

jay balangir
Leave A Reply

Your email address will not be published.

15 − 9 =