jayashree

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ଣରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ବୁଧବାର ଅପରାହ୍ଣରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ସେହି ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ନୀତି ସମୟ ଧାର୍ଯ୍ୟ ହେବ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.