ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି । ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ମନ୍ଦିର ତରଫରୁ ଟ୍ରଷ୍ଟର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ମାଉସୀ ମା’ ମନ୍ଦିର ନିକଟରେ ନବଦିନ ବ୍ୟାପି ପ୍ରସାଦ ବଣ୍ଟନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଶ୍ରୋତାମାନଙ୍କ ଗହଳି ହେଉଥିବା ଦେଖିବାକୁ ମିଳିଛି ।
