ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ, ଅପରାହ୍ନ ୪ଟାରୁ ଦର୍ଶନ ବନ୍ଦ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଓ ଶନିବାର ବାହୁଡ଼ା ଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ହେଲେ ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା ପକ୍ଷରୁ କରାଯାଇଛି । ଅପରାହ୍ନ ୪ଟାରୁ ଭକ୍ତ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେନାହିଁ ।
ପ୍ରଶାସନର ଏହି ନିଷ୍ପତ୍ତିକୁ ତୀବ୍ର ବିରୋଧ କରୁଛନ୍ତି ଭକ୍ତ । ଅପରାହ୍ନ ୪ଟାରେ ଦର୍ଶନ ବନ୍ଦ ହେଲେ ହଜାର ହଜାର ଭକ୍ତ ଦର୍ଶନରୁ ବଞ୍ଚିତ ହେବେ ବୋଲି ସେବାୟତ କହିଛନ୍ତି ।

Leave A Reply

Your email address will not be published.