ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ପାଟଖଣ୍ଡା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଚୈତ୍ର ମାସର ପ୍ରଥମ ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଯାଇଛି । ଏହି ଅବସରରେ ପ୍ରଥମ ମଙ୍ଗଳବାରରେ ମା’ପାଟଖଣ୍ଡା ମନ୍ଦାର ମାଳିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ ଆସି ମା’ଙ୍କ ଦର୍ଶନ କରିଥିଲେ । ପ୍ରତ୍ୟୁଷରୁ ମା’ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କ ଏହି ମନ୍ଦାର ମାଳିନୀ ଦୁର୍ଲଭ ବେଶକୁ ଦେଖିବା ପାଇଁ ପ୍ରତ୍ୟୁଷରୁ ରାତ୍ର ପର୍ଯ୍ୟନ୍ତ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା । ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ । କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା । ଏନେଇ ମନ୍ଦିର ପରିଚାଳନା କମିଟି ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା । କମିଟିର ସମସ୍ତ ସଦସ୍ୟ, ପୂଜକମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.