mahavir

ମହାବିଷୁବ ସଂକ୍ରାନ୍ତି ଅବସରରେ ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ମହାବିଷୁବ ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମା’ ପାଟଖଣ୍ଡା ସେବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ ଆସି ମା’ଙ୍କ ଦର୍ଶନ କରିଥିଲେ । ପ୍ରତ୍ୟୁଷରୁ ମା’ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କ ଏହି ସେବତୀ ଦୁର୍ଲଭ ବେଶକୁ ଦେଖିବା ପାଇଁ ପ୍ରତ୍ୟୁଷରୁ ରାତ୍ର ପର୍ଯ୍ୟନ୍ତ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା । ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ । ଏନେଇ ମନ୍ଦିର ପରିଚାଳନା କମିଟି ତଥା କିଛି ଭକ୍ତଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା । କମିଟିର ସମସ୍ତ ସଦସ୍ୟ, ପୂଜକମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.