om academy

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

jsm

ପୁରୀ : ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି କରାଯିବ । ଏହି ନୀତି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ ।

ତେବେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.