ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି : ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର : ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି । ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର କରିବେ । ରଥଯାତ୍ରା ପରେ ପ୍ରଥମ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ । ପ୍ରାକୃତିକ ରଙ୍ଗ ହିଙ୍ଗୁଳା, ହରିତାଳ, ଧଳା ଓ କଳା ରଙ୍ଗରେ ଦତ୍ତମହାପାତ୍ର ସେବକ ବନକଲାଗି କରାଇବେ।

Leave A Reply

Your email address will not be published.