
ବଲାଙ୍ଗିର, (କେପିଏନ୍ଏସ୍) : ପିଏମ୍ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ଅବସରରେ ୯ କୋଟି ୪୦ ଲକ୍ଷ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ହସ୍ତାନ୍ତର କରାଯାଇଛି । ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ଥିଲେ । ମହାରାଷ୍ଟ୍ରରରେ ଚାଲିଥିବା ପିଏମ୍ କିଷାନ୍ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମକୁ ଆଭାସୀ ଜରିଆରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଂଚଳରୁ ଚାଷୀମାନେ ଆସି ସାମିଲ ହୋଇଥିଲେ ।