jayashree

ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ-ନିର୍ଦ୍ଦେଶକ ଭାବେ ବସନ୍ତ କୁମାର ପ୍ରଧାନଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଭାବେ ବସନ୍ତ କୁମାର ପ୍ରଧାନ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରିଆସିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶାର ନିର୍ଦ୍ଦେଶ କ୍ରମେ ପଦୋନ୍ନତି ପାଇଁ ସେ ବ୍ରହ୍ମପୁର ଉପନିର୍ଦ୍ଦେଶକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୂର୍ବରୁ ଉପନିର୍ଦ୍ଦେଶକ ଭାରପ୍ରାପ୍ତ ଦାୟିତ୍ୱରେ ଥିବା ଯୁଗ୍ମ ନିର୍ଦ୍ଦେଶକ ସୁରଜିତ ମିଶ୍ର ପଦୋନ୍ନତି ପାଇ ବର୍ତ୍ତମାନ ଅତିରିକ୍ତ ନିର୍ଦ୍ଦେଶକ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ବ୍ରହ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ରଶ୍ମୀରାଣୀ ନିମାକା, ଲୋକନାଥ ଶତପଥୀ ନୂତନ ଉପ-ନିର୍ଦ୍ଦେଶକଙ୍କୁ ସ୍ୱାଗତ କରିଥିଲେ ।

Leave A Reply

Your email address will not be published.