ଦାୟି‌ତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି । ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି ।

୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବୃଆରୀ ଯାଏ ସେ ଏହି ପଦବୀରେ କାର୍ୟ୍ୟ କରିବେ ବୋଲି ଜଣାଯାଇଛି । ପ୍ରଶାସନିକ ମହଲରେ ଜଣେ ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ମହାପାତ୍ର ୧୯୮୬ ମସିହାରେ ସର୍ବଭାରତୀୟ ସେବାରେ ଯୋଗଦାନ କରିଥିଲେ । ଓଡ଼ିଶା କ୍ୟାଡରର ଏହି ଅଧିକାରୀ ତାଙ୍କର ଦୀର୍ଘ ୩୪ ବର୍ଷର ଚାକିରି ଜୀବନରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦବୀରେ ସଫଳତାର ସହ କାର୍ୟ୍ୟ କରି ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି ।

Leave A Reply

Your email address will not be published.