କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷଙ୍କ ଦେହାନ୍ତ : ବିଭିନ୍ନ ମହଲରେ ଶୋକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ହେଲା ଶାରୀରିକ ଅସୁସ୍ଥରେ ପୀଡ଼ିତ ଥିଲେ । ସେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ଜଣାଯାଇଛି । ଆଜି ଭୋର୍ ୫ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପରିବାର ସୂତ୍ରରୁ ପ୍ରକାଶ । ତାହାଙ୍କ ବିୟୋଗରେ ଏଠାକାର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.