ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୦୯୩ କରୋନା ଆକ୍ରାନ୍ତ ଚିହ୍ନଟ : ୩୭୪ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୦୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ଦେଶରେ ୩୭୪ ଜଣଙ୍କର ମୃତ୍ୟୁ ଘଟିଛି । ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୧,୭୪,୩୨୨ରେ ପହଞ୍ଚି ଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୪,୧୪,୪୮୨ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ଦେଶରେ ୪୫, ୨୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ଏବେ ମୋଟ ୩,୦୩, ୫୩,୭୧୦ଜଣ ସୁସ୍ଥ ହୋଇସାରିଛନ୍ତି । ଏହା ସହ ୪,୦୬,୧୩୦ଟି ସକ୍ରିୟ ମାମଲା ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.