ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ କରେନା ଆକ୍ରାନ୍ତ ଚିହ୍ନଟ : ୨୮୮୭ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୮୭ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଦୈନିକ ୨୪ ଘଣ୍ଟା ମଧ୍ୟରେ କରୋନା ଜନିତ ୨୮୮୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସମୁଦାୟ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ରେ ପହଞ୍ଚିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୪ଲକ୍ଷ ୪୧ ହଜାର ୯୮୬ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୩ ଲକ୍ଷ ୯୦ ହଜାର ୫୮୪ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୭୧୩୪୧୩ ।

Leave A Reply

Your email address will not be published.