ଅଜଣା ଗାଡ଼ି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ : ତଦନ୍ତ କରୁଛି ପୋଲିସ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଭାଲୁମୁଣ୍ଡାଠାରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କଙ୍କଡାହାଡ଼ ଥାନା ପାଟବେଡା ଗାଁର ମାନସ ସିଂ । ସୂଚନା ମୁତାବକ, ମାନସ ଅନୁଗୁଳ ଜିଲ୍ଲା ପୁଲିସ ବିଭାଗରେ କାର୍ଯ୍ୟରତ ଥିବା ବେଳେ ଛୁଟିନେଇ ଶନିବାର ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ । ଏହି ସମୟରେ ଭାଲୁମୁଣ୍ଡାଠାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏସମ୍ପର୍କରେ ଖବର ପାଇ ମାନସଙ୍କ ପରିବାର ଲୋକ ମେଡିକାଲରେ ପହଞ୍ଚିଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ଏହା ସହ ଅଧିକ ତଦନ୍ତ ଜାରି ରଖିଛି । ମାନସଙ୍କ ମୃତ୍ୟୁରେ ପରିବାର ଓ ବନ୍ଧୁ ପରିଜନଙ୍କ କାନ୍ଦବୋବାଳିରେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

jittmm
Leave A Reply

Your email address will not be published.