
ନୂଆପଡ଼ା : ନୂଆପଡ଼ା ବୋଡ଼େନ ଥାନା ରାଜପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜଣଙ୍କ ଜୀବନ । ବାକି ଆଉ ତିନି ଜଣ ଏହି ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥୟଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଦଶହରା ଦେଖି ଫେରୁଥିଲେ । ଏହି ସମୟରେ ବୋଡେନ ଥାନା ରାଜପୁର ଛକ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ବାଇକ୍ରେ ଥିବା ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅନ୍ୟ ମେଡିକାଲକୁ ପଠାଯାଇଥିବା ସୂଚନା ମିଳିଛି ।
ସେପଟେ ଦୁର୍ଘଟଣା ସଂପର୍କରେ ଖବର ସ୍ଥାନୀୟ ପୋଲିସ ଓ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ତଦନ୍ତ ପରେ ହିଁ ମୃତକଙ୍କ ପରିଚୟ ମିିଳିବ ବୋଲି ଅନୁମାନ କରାଯାଉଛି ।