om academy

ହାଇୱା ଧକ୍କାରେ ୫ମୃତ

jsm

ସୁନ୍ଦରଗଡ଼ : ସୁନ୍ଦରଗଡ଼ ସଦର ଥାନା ତେଲେନଡିହିରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ସୁନ୍ଦରଗଡ଼ ସଦରଥାନା ତେଲେନଡିହିର କିଛି ଲୋକ ଆଜି ପୂର୍ବାହ୍ନରେ ତେଲେନଡିହି ସରସ୍ୱତୀ ନାଳକୁ ଭୋଜି କରିବାକୁ ଯାଇଥିଲେ । ସେ‌ମାନେ ଅପରାହ୍ନରେ ଭୋଜି ସାରି ଏକ ଅଟୋରେ ଘରକୁ ଫେରୁଥିଲେ । ଫେରିବା ବାଟରେ ଏକ ହାଇୱା ଭାରସାମ୍ୟ ହରାଇ ଅଟୋକୁ ଚାପି ଦେଇ ବିଲ ଭିତରକୁ ଓଲଟି ପିଡ଼ିଥିଲା । ଫଳରେ ଘଟଣାସ୍ଥଳରେ ହିଁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକମାନେ ଟାଉନଥାନା ବଗିଚାପଡ଼ାର ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.