pakka

କାର୍‌-ପିକ୍‌ଅପ୍‌ ଗାଡି ମୁହାଁମୁହିଁ ଧକ୍କା

bbehera

କୋରାପୁଟ : କାର୍‌-ପିକ୍‌ଅପ୍‌ ଗାଡି ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବା ଖବର ମିଳିଛି । କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ଦେଓଘାଟି ନିକଟରେ ଏକ କାର୍‌ ସହ ପିକ୍‌ଅପ୍‌ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରୁ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ କୋରାପୁଟ ମେଡିକାଲ କଲେଜ ସ୍ଥାନାନ୍ତରିତ କରାଯାଇଛି । କୋରାପୁଟ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

jay balangir
Leave A Reply

Your email address will not be published.

20 − 15 =