pakka

ଦୁଇ ବାଇକ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

bbehera

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଥାନା ଖପ୍ରାଖୋଲ ରାସ୍ତାର ବାଲିପଟା ଗାଁ ନିକଟ କୁକୁରଚବା ବ୍ରିଜ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି । ମୃତ ବ୍ୟକ୍ତି ହେଲେ ବାଲିପଟା ଗାଁର ହରିବନ୍ଧୁ ବରିହା । ସୂଚନା ଅନୁସାରେ ହରିବନ୍ଧୁ ଆଜି ସକାଳୁ ଦେଦର୍ହା ଗାଁକୁ ଯାଇ ନିଜ ଶଳା ସହିତ ଗାଁକୁ ଫେରୁଥିବା ବେଳେ ପାଟଣାଗଡ଼ ପଟୁ ଯାଉଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ସମସ୍ତେ ଗୁରୁତର ହୋଇ ପଡ଼ିଥିବା ବେଳେ ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ପାଟଣାଗଡ଼ ଚିକିତ୍ସାଳୟକୁ ଆଣିଥିଲେ । ହେଲେ ଡ଼ାକ୍ତର ହରିବନ୍ଧୁଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟମାନେ ଡାକ୍ତରଖାନରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପାଟଣାଗଡ଼ ପୁଲିସ ପହଁଚି ଅଧିକ ତଦନ୍ତ ଜାରି ରଖିଛି ।

jay balangir
Leave A Reply

Your email address will not be published.

20 − nineteen =