pakka

ବୁଲେଟ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ୧ ମୃତ, ୧ ଗୁରୁତର

bbehera

ମାଲକାନଗିରି : ବୁଲେଟ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ରବିବାର ରାତିରେ ମାଲକାନଗିରି ହସ୍ପିଟାଲ ଛକ ନିକଟରେ ଗୋଟିଏ ବୁଲେଟ ସହିତ ଅନ୍ୟଏକ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲେ । ଏଥିରେ ୨ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଜିଲ୍ଲା ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ନେଇ ଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ବୁଲେଟ ଆରୋହୀ ବିଶ୍ଵଜିତଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମାଲକାନଗିରି ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ କରୁଥିବା ଜଣାପଡିଛି ।

Leave A Reply

Your email address will not be published.

fifteen − 6 =