ଟ୍ରକ୍‌କୁ ଧକ୍କା ଦେଲା ବସ, ୩ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ୪୯ ନମ୍ବର ରାଜପଥ ଅଞ୍ଜର ନିକଟରେ ଶନିବାର ବିଳମ୍ବିତ ରାତିରେ ଅନୁଗୁଳରୁ ଟାଟା ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ରାତି ପ୍ରାୟ ୧ଟା ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ, ରାଜପଥ ଉପରେ ଏକ ଟ୍ରକ୍‌ ଛିଡ଼ା ହୋଇଥିବା ସମୟରେ ଅନୁଗୁଳରୁ ଟାଟା ଯାଉଥିବା ଏକ ବସ୍‌ ପଛପଟୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଯାତ୍ରୀଙ୍କୁ ଚିକିତ୍ସା ପାଇଁ କଟକ ପଠାଯାଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.