oum

ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : “ପ୍ରତ୍ୟେକ ଜୀବନ ମୂଲ୍ୟବାନ” । ଏହା ହେଉଛି ଆମର ସବୁ ବିପର୍ୟ୍ୟୟ ପରିଚାଳନାର ଆଧାର । ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

କରୋନାର ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ବିଭିନ୍ନ ଜିଲ୍ଲାର ସ୍ବାସ୍ଥ୍ୟ ଭିତ୍ତିଭୂମି ଉଦଘାଟନ କରିବା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଛନ୍ତି ।

Leave A Reply

Your email address will not be published.