ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର : ତାତିରୁ ମିଳିଛି ଆଶ୍ୱସ୍ତି । ଆହୁରି ୪ ଦିନ ଯାଏଁ ଏଭଳି ରହିବ ପାଗ । ଆସନ୍ତା ୨-୩ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଝଡ଼ ବର୍ଷା ନେଇ ୭ ଜିଲ୍ଲା ଅନୁଗୋଳ, କେନ୍ଦୁଝର, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୯ ତାରିଖରେ ବି ରହିବ କାଳବୈଶାଖୀ ପ୍ରଭାବ । ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୮ରୁ ୯ ଡିଗ୍ରୀ ଯାଏ ଖସିଛି ତାତି । ଗତକାଲି ରାଜ୍ୟରେ ୨୦ ସହରରେ ପାରଦ ୩୫ ଡିଗ୍ରୀ ତଳେ ରହିଥିଲା ।

Leave A Reply

Your email address will not be published.

4 × 1 =