jayashree

ଦାବି ପୂରଣ ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଅଭିଭାବକ ମହାସଂଘର ଧାରଣା

ବରଗଡ଼, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛି ଓଡ଼ିଶା ଅଭିଭାବକ ମହାସଂଘ, ବରଗଡ଼ । ବିଭିନ୍ନ ଶିକ୍ଷା ସମ୍ବନ୍ଧୀୟ ଦାବି ନେଇ ସୋମବାର ମହାସଂଘର ସଦସ୍ୟମାନେ ଏକାଠି ହୋଇ ଏହି ଧାରଣା ପ୍ରଦର୍ଶନ କରିଥିଲେ । ବିଶେଷ କରି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ତୁରନ୍ତ ପ୍ରତ୍ୟାହାର କରିବା ସହ ଶିକ୍ଷା ଅଧିକାର ଆଇନକୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିସ୍ତାର କରିବାକୁ ମହାସଂଘ ଦାବି କରିଛି । ଏହି ଧାରଣାରେ ବରଗଡ଼ ଜିଲ୍ଲା ସଭାପତି ବିମଲ କୁମାର ଦାସଙ୍କ ସମେତ ମହାସଂଘର ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି ନିଜର ଦାବି ଉପସ୍ଥାପନ କରିଥିଲେ । ଶିକ୍ଷା ବ୍ୟବସ୍ଥାରେ ଥିବା ଏହି ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ସେମାନେ ଦାବି କରିଛନ୍ତି । ଏହି ଅବସରରେ ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିଗୁଡ଼ିକ ଶୀଘ୍ର ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.