ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ତରଫରୁ ମ.ରାମପୁରର ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ମ.ରାମପୁର, (ହେମନ୍ତ ସାହୁ) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଫେଡେରସନ ଏମ୍ ରାମପୁର ବ୍ଳକ ଶିକ୍ଷକ ସଂଘ ପକ୍ଷରୁ ୩ ଦଫା ଦାବୀ ସମ୍ବଳିତ ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ଗତ ଅଗଷ୍ଟ ପାଞ୍ଚ ତାରିଖ ଦିନ ପ୍ରଦାନ କରାଯାଇଥିଲା । ଉକ୍ତ ଦାବୀ ଗୁରୁ ଦିବସ ଅବସରରେ ପୂରଣ ହେବା ନେଇ ଆଶା ବାନ୍ଧିଥିଲେ ଶିକ୍ଷକ ବୃନ୍ଦ । କିନ୍ତୁ ରାଜ୍ୟ ସରକାର ଏଥିପ୍ରତି କୌଣସି ଧ୍ୟାନ ଦେଇ ନଥିବାରୁ ଆଜି ସାରା ଓଡ଼ିଶାର ପ୍ରତି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ ଗଣ ଧାରଣାରେ ବସିଥିଲେ । ସଂଘର ସଭାପତି ବିଭୁତି ଭୂଷଣ ପ୍ରହରାଜଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକମାନେ ଆଜି ଧାରଣାରେ ବସିଥିଲେ । ତିନି ଦଫା ଦାବୀ ଯଥା ରାଜ୍ୟ ସରକାର ଠିକା ଉଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ଯ୍ୟରତ କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ସହିତ ଶିକ୍ଷା କର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନେସନାଲ ଇନକ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରାଯାଉ ତଥା ବିଦ୍ୟାଳୟରେ ଥିବା ଗଣଶିକ୍ଷକ କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ଦିଆଯାଉ । ରାଜ୍ୟରେ କେନ୍ଦ୍ର ସରକାର ନୂତନ ଶିକ୍ଷାନୀତିକୁ ପ୍ରଣୟନ କରି ତଦନୁଯାୟୀ କାର୍ଯ୍ୟ କରୁଥିବାରୁ ତଥା ମୂଳ ପଦବୀ ଯୋଗ୍ୟତାରେ ପରିବର୍ତନ ହୋଇଥିବାରୁ ରାଜ୍ୟରେ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ମୂଳ ବେତନ ଲେବୁଲ- ୯ କେନ୍ଦ୍ର ହାରରେ ଗ୍ରେଡ ପେ ୪୨୦୦ ଶହ କରାଯାଉ । ନୂତନ ପେନସନ ବ୍ୟବସ୍ଥାକୁ ଉଚ୍ଛେଦ କରି ପୁରୁଣା ପେନସନକୁ ପୁନଃ ପ୍ରଚଳନ କରିବା ନେଇ ଦାବୀ କରିଛନ୍ତି । ଏଥିରେ ବିରେନ୍ଦ୍ର କୁମାର ରଥ, ମୁକେଶ ହୋତା, ମୋହନ ନାଏକ, ଶିବ ଶଙ୍କର ପଣ୍ଡା, ପ୍ରତାପ ନାଏକ, ପ୍ରଫୁଲ୍ଲ ସାହୁ, ମଧୁସୂଦନ ସିଂହ, ବନମାଳୀ ମହାଖୁଡ଼, ତ୍ରିଲୋଚନ ମହାଖୁଡ଼, କୁନୁ ରଥ, ଶିରିଶକାନ୍ତ ପଣ୍ଡା, ମୃତ୍ୟୁଞ୍ଜୟ ପୁଟେଲ, ସୁବୋଧ ଛତ୍ରିଆଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.