ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀଙ୍କ କଳାବ୍ୟାଚ୍ ପିନ୍ଧି ପ୍ରତୀକ ଧାରଣା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀମାନେ ୬୬୨ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କ ଫେବୃୟାରୀ ୫ ଓ ୬ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ ଚାଲିଥିବା ଆନ୍ଦୋଳନରେ ସାମିଲ ହୋଇଥିଲେ । ସେଠାରୁ ଫେରିବା ପରେ ଆଜି ବୁଧବାର ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କଳାବ୍ୟାଚ ପିନ୍ଧି ପ୍ରତିବାଦ କରିବା ସହ ପ୍ରତୀକ ଧାରଣା ଦେଇଥିଲେ । ଏହି ପ୍ରତୀକ ଧାରଣାରେ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ, ବରିଷ୍ଠ ଅଧ୍ୟାପକ ହୃଦାନନ୍ଦ ପୁହାଣ, ଅଧ୍ୟାପକ ରାଧାଶ୍ୟାମ ତ୍ରୀପାଠୀଙ୍କ ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ସାମିଲ ହୋଇଥିଲେ । ବିଦ୍ୟାଳୟ ଅଧ୍ୟାପକ ଓ କର୍ମଚାରୀମାନେ କଳାବ୍ୟାଚ ପିନ୍ଧି ପ୍ରତୀକ ଧାରଣାରେ ସାମିଲ ହୋଇଥିଲେ ମଧ୍ୟ ଛାତ୍ରଛାତ୍ରୀମାନଙ୍କ ପାଠପଢା ଓ ଅନ୍ୟାନ୍ୟ ଅଫିସ କାର୍ଯ୍ୟ ଯଥାରୀତି ଚାଲିଥିବା ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.

seventeen − three =