କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଥିବା ସୂଚନା ମିଳିଛି । ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ ମାମଲାକୁ ଚପାଇଦେବା ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡି ବସିଥିଲେ । ତେବେ ଶ୍ରୀ ମିଶ୍ର ତିନି ଲକ୍ଷ ଟଙ୍କା ଦାବୀ କରୁଥିଲେ । ସେ ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ବେଳେ ଘଟଣା ସମ୍ପର୍କରେ ତଦନ୍ତ ଜାରି ରହିଛି ।