pakka

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ହ୍ୱିଲଚେୟାର ଦିବସ- ୨୦୨୪ ପାଳିତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପ୍ରଶାସନ ଓ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଶାସ୍ତ୍ରୀ ନଗର ସ୍ଥିତ ସ୍ଵାମୀ ବିବେକାନନ୍ଦ ଜାତୀୟ ଥଇଥାନ ପ୍ରଶିକ୍ଷଣ ଓ ଗବେଷଣା ପ୍ରତିଷ୍ଠାନଠାରେ ଅନ୍ତର୍ଜାତୀୟ ହ୍ୱିଲଚେୟାର ଦିବସ- ୨୦୨୪ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତ, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ସ୍ଵାମୀ ବିବେକାନନ୍ଦ ଜାତୀୟ ଥଇଥାନ ପ୍ରଶିକ୍ଷଣ ଓ ଗବେଷଣା ପ୍ରତିଷ୍ଠାନ କେନ୍ଦ୍ରର ପରାମର୍ଶଦାତା ନିର୍ଦ୍ଦେଶକ ଗୁରୁବସ୍କ ଚାନ୍ଦ ଜାଗୋଟା ଯୋଗଦେଇ ଥିବାବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା ପ୍ରମୁଖ ମଞ୍ଚାସୀନ ଥିଲେ । ଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ସମସ୍ତେ ପ୍ରତିଶୃତିବଦ୍ଧ ହେବା ଦରକାର । ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୂକ୍ତ କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି । ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ମୁଖ୍ୟ ଅତିଥି ଶ୍ରୀ ଜାଗୋଟା ନିଜର ବାର୍ତ୍ତା ରଖିଥିଲେ । କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ହୋତା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବ ପାଳନ ଉପଲକ୍ଷେ ୬ ଟି ନୂଆ ହ୍ୱିଲଚେୟାର ଦିଆଯାଇଥିଲା । ଏଠାରେ ସୂଚନା ଥାଉ କି, ଅନ୍ତର୍ଜାତୀୟ ହ୍ୱିଲଚେୟାର ଦିବସ- ୨୦୨୪ ପାଳନ ଅବସରରେ ସକାଳ ଘ. ୯ ସମୟରେ ଏକ ସଚେତନତା ରାଲିର (ୱାକାଥନ୍) ଆୟୋଜନ କରାଯାଇଥିଲା ।

jay balangir
Leave A Reply

Your email address will not be published.

3 + 1 =