ବିଶ୍ୱ ପଖାଳ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେ ନାହିିଁ । ଖରାଦିନ ଆସିଗଲେ ଓଡ଼ିଆ ମନଖୋଜେ ପଖାଳ । ଓଡ଼ିଶା ଓ ଓଡ଼ିଆଙ୍କ ଖାଦ୍ୟ ତାଲିକାରେ ପଖାଳର ସ୍ଥାନ ସ୍ୱତନ୍ତ୍ର । ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ବିଶ୍ୱର କୋଣ ଅନୁକୋଣରେ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି । ‘ପଖାଳ’ ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣୀ କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ତେବେ ପଖାଳ ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ । ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ ଏହି ପଖାଳ ।

Leave A Reply

Your email address will not be published.

19 + 19 =