pakka

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଚତୁର୍ଥ ପର୍ଯ୍ୟାୟ ଓ କଣ୍ଢେଇ ଦିବସ ପାଳିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ବିଭାଗର ନୂତନ ଶିକ୍ଷାବର୍ଷ ପାଇଁ ଘର ହିଁ ବିଦ୍ୟାଳୟ ଚତୁର୍ଥ ପର୍ଯ୍ୟାୟ ଅନୁଷ୍ଠିତ ଓ କଣ୍ଢେଇ ଦିବସ ପାଳିତ ହୋଇଯାଇଛି । ଶିଶୁ ବାଟିକା ବିଭାଗ ଶୈକ୍ଷିକ ସଂଯୋଜକ ଲୋକନାଥ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଔପଚାରିକ ଓ ଅନୌପଚାରିକ ଶିକ୍ଷା ବିଷୟରେ ଉପସ୍ଥିତ ମାତାପିତାମାନଙ୍କୁ ମାର୍ଗ ଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସଂକୁଳ ଶିଶୁ ବାଟିକା ପ୍ରମୁଖ ସୁଜାତା ତ୍ରିପାଠୀ ସୂଚନା ପ୍ରଦାନ କରିଥିଲେ । ଲିଲି ଗୁରୁମା ସଂଯୋଜନା କରିଥିବା ବେଳେ ଶିଶୁ ବାଟିକା ବିଭାଗର ଗୁରୁଜୀ, ଗୁରୁମାଙ୍କ ଦ୍ୱାରା ହିନ୍ଦୁ ରୀତିନୀତିରେ କିପରି ଜନ୍ମଦିନ ପାଳନ କରାଯାଏ ସେ ବିଷୟରେ ଅବଗତ କରାଯାଇଥିଲା । ଶେଷରେ ସଭାପତି ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭୮ ଜଣ ନୂତନ ଅଭିଭାବକ, ଅଭିଭାବିକା ଯୋଗ ଦେଇଥିଲେ । କଣ୍ଢେଇ ଦିବସ ପାଳନ ଅବସରରେ ୨୦୦ରୁ ଅଧିକ ବିଭିନ୍ନ ପ୍ରକାର ତୂଳା, ମାଟି, କପଡ଼ା ଓ କାଠରେ ତିଆରି କଣ୍ଢେଇ ଗୁଡିକ ପ୍ରଦର୍ଶିତ ହୋଇଥିଲା । ଏହି ପ୍ରଦର୍ଶନୀରେ ଶିଶୁ ବାଟିକା ବିଭାଗର ଭାଇଭଉଣୀ ଓ ଅଭିଭାବକ, ଅଭିଭାବିକା ଯୋଗ ଦେଇଥିଲେ । ସମସ୍ତ ଗୁରୁଜୀ, ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

jay balangir
Leave A Reply

Your email address will not be published.

five × 1 =