ବଲାଙ୍ଗିରଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଶପଥ ପାଠ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଏକତା ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ମହେନ୍ଦ୍ର କୁମାର ମହାପାତ୍ର, ଡେପୁଟି କଲେକ୍ଟର ସୋନିଆଶ୍ରୀ ମଲ୍ଲିକ, ଇପ୍ସିତା ପାତ୍ର, ସହକାରୀ ଜିଲ୍ଲାପାଳ ଦିଲୀପ କୁମାର ମାଝି, ଆଦିତ୍ୟ ଦଳବେହେରା, ଫାଲଗୁନି ଶବର, ଜିଲ୍ଲା କ୍ରୀଡା ଅଧିକାରୀ ପରାସର ବାଗ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ବିଭାଗର ସେକ୍ସନ ଅଫିସର ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.