ଜାତୀୟ ଗଣିତ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀ ରାମନଗର ଠାରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଗଣିତ ଦିବସ ଉପରେ ଶିଶୁମାନଙ୍କର ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ସ୍ୱାଗତ ଭାଷଣ ଦେଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ସଭାପତି ଉପେନ୍ଦ୍ର ମହାନ୍ତି ସଭାପତିତ୍ଵ କରିଥିବା ବେଳେ ସମ୍ପାଦକ ପଦ୍ମଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବରିଷ୍ଠ ଆଚାର୍ଯ୍ୟ କୈଳାଶ ଚନ୍ଦ୍ର ଶତପଥୀ ଜାତୀୟ ଗଣିତ ଦିବସର ବୃତ୍ତ ପଠନ କରିଥିଲେ । ଏହି ପ୍ରତିଯୋଗିତାରେ ଷଷ୍ଠ ଶ୍ରେଣୀଠାରୁ ଦଶମ ଶ୍ରେଣୀର ୧୬୨ ଜଣ ଶିଶୁ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୪ ଜଣ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ ସହ ଉତ୍ସାହିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ସକ୍ରୀୟ ସହଯୋଗ କରିଥିଲେ ।

Leave A Reply

Your email address will not be published.

two × 4 =